22 ସେପ୍ଟମ୍ବର 2018 ଶନିବାର : ଆଜିର ରାଶିଫଳ, ଶନି ଦେବଙ୍କ କୃପା ବର୍ଷୀବ ଆଜି ଏହି ସବୁ ରାଶିଙ୍କ ଉପରେ

rasi-NEW

ମେଷ-
ବ୍ୟବସାୟୀମାନେ ସ୍ଥଳବିଶେଷରେ ବିନା ପରିଶ୍ରମରେ ଅଧିକ ଲାଭବାନ ହେବେ। କର୍ମ କ୍ଷେତ୍ରରେ ବ୍ୟବସ୍ଥିତତା ହେତୁ ଶାନ୍ତି ଉପୁଜିବ। ପାରିବାରିକ ଜୀବନରେ ସ୍ଵାମୀସ୍ତ୍ରୀଙ୍କ ସ୍ୱାସ୍ଥ୍ୟ ଭଲ ରହିବ। ମହିଳାମାନେ ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳହେବେ। ବାଦବିବାଦ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ।

ବୃଷ-
କର୍ମକ୍ଷେତ୍ରରେ ସଫଳତା ଓ ଚାକିରିରେ ପଦୋନ୍ନତି ହେବାର ସୂଚନା ପାଇବେ। ସନ୍ତାନ ସନ୍ତତି ମାନଙ୍କରଶୁଭ ଖବର ପାଇ ଖୁସିହେବେ। ରାଜନୀତି କ୍ଷେତ୍ରରେ ନିଜର ପ୍ରତିଷ୍ଠା ଓ ସୁନାମ ବଢିବା ସହ ଆୟ ମଧ୍ୟ ଉତ୍ତମ ହେବ। ମହିଳାମାନଙ୍କର ପାରିବାରିକ ସ୍ତରରେ କିଛି କୁହୁଳା ଅଶାନ୍ତି ଦୂରେଇ ଜିବ। ମୁଖରୋଗ ଓ ପୁରାତନରୋଗ ପ୍ରକୋପରେ ହଇରାଣ ହେବେ। ପ୍ରତିକାର:- ଅନ୍ଧ,ବିଧବା ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ-
କର୍ମକ୍ଷେତ୍ରରେ କଳବଳ ଖଟାଇ ନିଜର ସ୍ଥାନକୁ କୌଣସିମତେ ଦୃଢ ରଖି ପାରିବେ। ରାଜନୀତି କ୍ଷେତ୍ରରେ ଗସ୍ତ କାର୍ଯ୍ୟକ୍ରମରେ ବହୁ ସମୟ ବାହାରେ କଟାଇବାକୁ ବାଧ୍ୟ ହେବେ। ମହିଳାମାନଙ୍କର ପାରିବାରିକ ଜୀବନ ସୁଖମୟ ହେବ। ସ୍ୱାସ୍ଥ୍ୟରେ ଅବନ୍ନତି, ମାନସିକ ଅସ୍ଥିରତା, ରାତ୍ରିକାଳୀନ ଦୁଃସ୍ଵପ୍ନ ଦେଖିବେ। ଛାତ୍ର-ଛାତ୍ରୀମାନଙ୍କର ମନ ଉତ୍ତେଜିତ ରହିବ। ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

କର୍କଟ-
ବ୍ୟବସାୟ କ୍ଷେତ୍ରରେ ତୈଳବୀଜ ଓ ରବି ଫସଲ ବ୍ୟବସାୟରେ ବେଶ୍ ଲାଭବାନ ହେବେ। ଲୁହା, କାଠ, କୋଇଲା, କଳକବ୍ଜା, ବ୍ୟବସାୟରୁ, କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ। ରାଜନୀତିରେ ଲୋକସମର୍ଥନ ପ୍ରଚୁର ମିଳିବାଫଳରେ ପ୍ରଶଂସିତ ହେବେ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ସହ ଦାମ୍ପତ୍ୟ ଜୀବନରେ ଚିତ୍ତପ୍ରସନ୍ନ ଓ କାର୍ଯ୍ୟ ସିଦ୍ଧି ହେବ। ଆୟ ବ୍ୟୟରେ ତାଳମେଳ ରହିବ ନାହିଁ। ପ୍ରତିକାର- ଭିକାରୀକୁ ନିରାଶ କରିବେ ନାହିଁ।

ସିଂହ-
ବ୍ୟବସାୟ କ୍ଷେତ୍ରରେ ଭିନ୍ନ ରାସ୍ତାରେ ଆୟବୃଦ୍ଧିର ଯୋଜନା କରିବେ। ଆର୍ଥିକସ୍ଥିତି ସୁଧୁରିବା ସହ ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ। ମହିଳାମାନେ ସନ୍ତାନବତ୍ସଳା, ସ୍ନେହମମତାପୂର୍ଣ୍ଣା ଓ ପତିପ୍ରିୟା ହେବେ। ରାଜନୀତି କ୍ଷେତ୍ରରେ ଏକବୁଝା ପ୍ରକୃତି ନିମନ୍ତେ ଆପଣା ଲୋକଙ୍କୁ ଉପେକ୍ଷା କରି ନିଜେ ଅବାଞ୍ଛିତ ହୋଇ ପଡିବେ। କର୍ମ ବ୍ୟସ୍ତତାକୁ ନେଇ ଭ୍ରମଣ କରିବାକୁ ପଡିବ। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କନ୍ୟା:-
ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ସ୍ୱାସ୍ଥ୍ୟ ଉତ୍ତମ ରହିବ। ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ। ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ରାଜନୈତିକ ଜୀବନରେ ଶତୃମାନେ ପରାଜିତ ହେବେ। ପ୍ରତିକାର- ଶଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-
ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। ପ୍ରତିକାର: ଗାଈକୁ ରୁଟି ଓ ଗୁଡ଼ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-
ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। ହରାଇଥିବା ଧନ ପ୍ରାପ୍ତି ହେବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ନୂତନ କର୍ମ ନିଯୁକ୍ତି ପାଇବାର ଅଧିକ ସମ୍ଭାବନା। ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ପ୍ରତିକାର : ପିମ୍ପୁଡ଼ି ଗାତପାଖରେ ଗୁଡ଼ ରଖନ୍ତୁ।

ଧନୁ:-
ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। ଶାରିରୀକ ଅସୁସ୍ଥତା ଦୂରହେବ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ। ପ୍ରତିକାର : ଭିକାରୀଙ୍କୁ ଅନ୍ନ ଦାନ କରନ୍ତୁ।

ମକର:-
ସୁଖ ସମ୍ପଦ ପ୍ରାପ୍ତି ହେବ। ନୁତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚ୍ଚିତ୍। ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ। ଧୀରସ୍ଥିର ଭାବରେ ପାରିବାରିକ ସମସ୍ୟା ଗୁଡିକୁ ସୁଧାରି ନେବା ଉଚିତ୍। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ବହୁମୂତ୍ର ରୋଗୀମାନେ ସାବଧାନ ରହିବା ଉଚିତ୍। ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ ଯନ୍ତ୍ରଣା ଭୋଗିବେ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-
କର୍ମଜୀବିମାନେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ। ଅବିବାହିତ ଯୁବକ-ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ରାଜନୈତିକ କ୍ଷେତ୍ରରେ ସାସାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ଗୃହରେ ମାଙ୍ଗଳିକ କାର୍ଯ୍ୟରେ ଧନ ବ୍ୟୟହେବ। ଆର୍ଥିକ ଦିଗରୁ ଉନ୍ନତି ହେବ। ସ୍ୱାସ୍ଥ୍ୟ ଠିକ୍ ରହିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ପ୍ରତିକାର- ଅନ୍ଧ ଭିକାରୀଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-
ବ୍ୟବସାୟରେ ଉନ୍ନତି ଓ ଆର୍ଥିକ ସ୍ଥିତିରେ ବୃଦ୍ଧି। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେ। ଶରୀର ସୁସ୍ଥ ରହିବ। ପାରିବାରିକ କ୍ଷେତ୍ରରେ ସୁଖ ଓ ଶାନ୍ତି ପ୍ରାପ୍ତି ହେବ। ଗାଡି ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ନୂତନ ସମ୍ପତ୍ତି କ୍ରୟ କରିବେ। ପ୍ରତିକାର : କେଶର, ହଳଦୀ ଘୋରି ମୁଣ୍ଡରେ ଲଗାନ୍ତୁ।

ଗୋଟିଏ ସେୟାର କରି ସମସ୍ତଙ୍କୁ ଆଜିର ରାଶିଫଳ ଜଣାନ୍ତୁ, ଉପରେ ପେଜକୁ ଲାଇକ କରି ଆମକୁ ଉସ୍ଚାହିତ କରାନ୍ତୁ

Leave a Reply

Your email address will not be published. Required fields are marked *