01 ଅକ୍ଟେଲର 2018 ଶନିବାର,ଆଜିର ରାଶିଫଳ – କେମିତି କଟିବ ଆଜି ଆପଣଙ୍କ ଦିନ – ଏହି ୫ଟି ରାଶି ଉପରେ ମହା ଦେବଙ୍କ ଅଶେଷ କୃପା ବୃଷ୍ଟି ହେବ

Aajira-Rasifala

ମେଷ:-
ଗୃହସ୍ଥ ଜୀବନରେ ସୁଖ ଏବଂ ଆନନ୍ଦ ପ୍ରାପ୍ତି ହେବ। ଆୟ ବୃଦ୍ଧିର ଯୋଗ ଅଛି। ଅଫିସ୍, ବ୍ୟବସାୟ କ୍ଷେତ୍ରରେ ଅନୁକୂଳ ବାତାବରଣ ରହିବ। ପ୍ରମୋସନ ମିଳିବାରର ସଂକେତ ଅଛି। ପାରିବାରିକ ସଦସ୍ୟ ତଥା ମିତ୍ର ମାନଙ୍କ ସହିତ ଖୁସି ରହିବେ। ଆନନ୍ଦଦାୟକ ପର୍ଯ୍ୟଟନ ହେବ। ବ୍ୟାପାର ବର୍ଗଙ୍କୁ ଲାଭଦାୟକ ବ୍ୟାପାର ହେବ। ଉତ୍ତମ ବୈବାହିକ ସୁଖ ପ୍ରାପ୍ତି ହେବ | ମନରେ ଅଶାନ୍ତି ଅସନ୍ତୋଷ ଓ ଅର୍ଥାଗମ, ଭୟ ସତ୍ତ୍ୱେ ଜୟ, ନାନା ସମସ୍ୟାର ସମ୍ମୁଖୀନ ହେବେ। ମାଲିମୋକଦ୍ଦମା ଠାରୁ ଦୂରେଇ ରୁହନ୍ତୁ। ସନ୍ତାନମାନଙ୍କ ପାଇଁ ଚିନ୍ତିତ ରହିବେ। ସ୍ୱାସ୍ଥ୍ୟଗତ ସମସ୍ୟାର ସମ୍ମୁଖୀନ ହେବେ। ବିବାଦୀୟ ଦୁଃସ୍ଥିତିରେ ଜଡିତ ହେବେ। ସ୍ଥାନାନ୍ତରର ସୂଚନା ପାଇବେ। ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କ ସହ ବିବାଦ ସୃଷ୍ଟି ହେବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ବୃଷ:-
ଶରୀରରେ ଆଳସ୍ୟ, ଏବଂ ଅଣନିଶ୍ୱାସୀ ହୋଇପାରେ। ସ୍ଵାସ୍ଥ୍ୟ ନରମ-ଗରମ ରହିବ। କୌଣସି ବିଷୟରେ ଚିନ୍ତା କରନ୍ତୁ ନାହିଁ, ଆପଣଙ୍କ ପରିଶ୍ରମରେ ଶେଷରେ ସବୁ ଠିକ ହୋଇଯିବ। ସନ୍ତାନମାନଙ୍କ ବିଷୟରେ ଟିକେ ଚିନ୍ତା ହୋଇପାରେ। ଚାକିରି-ଧନ୍ଦାରେ ଉଚ୍ଚ ପଦାଧିକାରିମାନଙ୍କର କ୍ରୋଧର ଶିକାର ହୋଇପାରନ୍ତି। ପ୍ରତିଦ୍ୱନ୍ଦ୍ୱୀମାନଙ୍କ ସହିତ ବାଦ-ବିବାଦକୁ ଟାଳିବାକୁ ଚେଷ୍ଟା କରନ୍ତୁ | ବନ୍ଧୁ ମିତ୍ରମାନେ ଶତ୍ରୁତା ଆଚରଣ କରିବେ। ମନକୁ ଆଘାତ ଲାଗିଲାପରି କଥା ଶୁଣିବେ। କୃଷି ଓ ବାଣିଜ୍ୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ। ସତର୍କତା ଅବଲମ୍ବନ ନକଲେ ମିଥ୍ୟା ଅପବାଦରେ ନିନ୍ଦିତ ହେବେ। ସ୍ୱାସ୍ଥ୍ୟ ଦିଗରୁ ମହିଳାମାନେ ବିଶେଷ ସତର୍କ ରହିବା ଉଚିତ୍। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

ମିଥୁନ:-
ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ। ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁ ଇ ଦେବାକୁ ମଧ୍ୟ ସାମର୍ଥ୍ୟ ଯୁଟିବ। ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ନକାରାତ୍ମକ ବିଚାରରୁ ଦୂରରେ ରୁହନ୍ତୁ। ଅଚାନକ ଧନ ଖର୍ଚ୍ଚ ହୋଇପାରେ। ଚିକିତ୍ସାରେ ଖର୍ଚ୍ଚ ହେବାର ଆଶଂକା ଅଛି। ବ୍ୟାପାରରେ ଭାଗିଦାରୀମାନଙ୍କ ସହିତ ଆନ୍ତରିକ ମତଭେଦ ହୋଇପାରେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ। ସାହିତ୍ୟ ଏବଂ କଳା କ୍ଷେତ୍ରରେ କିଛି ନୂଆ ସୃଜନ କରିବାର ପ୍ରେରଣା ମିଳିବ। ପ୍ରେମୀଜନ ଏବଂ ପ୍ରିୟ ବ୍ୟକ୍ତିମାନଙ୍କ ସହିତ ମିଳନ ତଥା ସାକ୍ଷାତ ସମ୍ଭବପ୍ରତିକାର:- ଅନ୍ଧ,ବିଧବା ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

କର୍କଟ:-
ଦୈନିକ କାର୍ଯ୍ୟ ବିନା କୌଣସି ଅବରୋଧରେ ସମ୍ପୂର୍ଣ୍ଣ ହେବ। ଘରେ ସୁଖ-ଶାନ୍ତି ଙ୍କର ବାତାବରଣ ରହିବ। ବାଣୀ ଏବଂ ବ୍ୟବହାରରେ ନିୟନ୍ତ୍ରଣ ରଖି ସମ୍ଭାଳିକରି କାର୍ଯ୍ୟ କରିବା ପାଇଁ ଉପଦେଶ। ପ୍ରତିଦ୍ୱନ୍ଦ୍ୱୀମାନଙ୍କୁ ପରାସ୍ତ କରି ପାରିବେ। ସହକର୍ମିମାନଙ୍କର ସହଯୋଗ ଆପଣଙ୍କ ବ୍ୟବସାୟ କ୍ଷେତ୍ରର କାର୍ଯ୍ୟକୁ ସରଳ ବନାଇବ। ମାମୁଁଘର ତରଫରୁ ଲାଭ ହେବ କର୍ମକ୍ଷେତ୍ରରେ ପଦୋନ୍ନତି, ରାଜନୈତିକ କ୍ଷେତ୍ରରେ ପଦବୀ ଲାଭ ଓ ନୂତନ ଯାନ କ୍ରୟ, ଗୃହନିର୍ମାଣ ଆଦି କରି ପାରିବେ। ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣହେବ। ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟ ରେ ଲାଭବାନ ହେବେ। ମାଲିମୋକଦ୍ଦମାରେ ସଫଳତା ମିଳିବ। ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ସିଂହ:-
ମଉଜ-ମସ୍ତୀ ଏବଂ ମନୋରଞ୍ଜନ ପ୍ରବୃତ୍ତିଗୁଡ଼ିକରେ ଆପଣଙ୍କ ବିଶେଷ ରୁଚି ରହିବ। ପିତା ତଥା ବରିଷ୍ଠ ନାଗରୀକମାନଙ୍କ ସହଯୋଗ ପ୍ରାପ୍ତ କରିବେ। ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ହେବ। ଆପଣଙ୍କ ସ୍ଵଭାବରେ କ୍ରୋଧ ଏବଂ ବ୍ୟବହାରରେ ଉଗ୍ରତା ରହିବ, ଏହା ଉପରେ ଅଂକୁଶ ରଖିବାକୁ ଉପଦେଶ। ମୁଣ୍ଡବ୍ୟଥା ତଥା ପେଟ ସମ୍ବନ୍ଧୀତ ଅଭିଯୋଗ ହୋଇପାରେ। ଦାମ୍ପତ୍ୟଜୀବନରେ ମିଳାମିଶା ରହିବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

କନ୍ୟା:-
ଭୁଲ ବୁଝାବଣା ଏବଂ ନକାରାତ୍ମକ ବ୍ୟବହାର ଆପଣଙ୍କ ଚିତ୍ତରେ ଗ୍ଲାନିର ଭାବ ସୃଷ୍ଟି କରିବ। ସ୍ଵାସ୍ଥ୍ୟରେ ବିଶେଷରୂପରେ ଆଖିରେ ଅସୁବିଧା ହେବ। ପାରିବାରିକ ସଦସ୍ୟମାନଙ୍କ ସହିତ ମନମାଳିନ୍ୟ ହେବ। କାମରେ ସନ୍ତୋଷର ଭାବନା ଆସିବ। ଧନ ଖର୍ଚ୍ଚ ହେବ। ଅନୈତିକ ପ୍ରବୃତ୍ତିଗୁଡ଼ିକର ସୃଷ୍ଟି ହେଲେ ମନକୁ ନିୟନ୍ତ୍ରଣରେ ରଖିବାପାଇଁ ଉପଦେଶ। ବିଦ୍ୟାର୍ଥିମାନଙ୍କ ପାଇଁ ବିଦ୍ୟାଭ୍ୟାସରେ ନିର୍ଦ୍ଧାରିତ ସଫଳତା ମିଳିବ ନାହିଁ। ପ୍ରତିକାର:- ଦିନ ଦୁଃଖୀଙ୍କୁ ଅନ୍ନଦାନ ଦିଅନ୍ତୁ।

ତୁଳା:-
ପ୍ରତ୍ୟେକ କାର୍ଯ୍ୟ ଆତ୍ମବିଶ୍ଵାସ ଏବଂ ଅଟଳ ମନୋବଳର ସହିତ କରନ୍ତୁ, ନିଶ୍ଚିତ ସଫଳତା ମିଳିବ। ପିତା କିମ୍ବା ପୈତୃକ ସଂପତ୍ତିରେ ଲାଭ ହେବ। ସରକାରଙ୍କଠାରୁ ଆର୍ଥିକ ଲାଭ ହେବ। ବିଦ୍ୟାର୍ଥୀମାନେ ନିଜର ପଢ଼ାରେ ଭଲ ପ୍ରଦର୍ଶନ କରିବେ। ଖେଳକୁଦ ଏବଂ କଳା କ୍ଷେତ୍ରରେ କଲାକାରମାନଙ୍କୁ ନିଜର ପ୍ରତିଭା ଦର୍ଶାଇବାପାଇଁ ମୌକା ମିଳିବ। ସନ୍ତାନମାନଙ୍କ କାମରେ ଖର୍ଚ୍ଚ ହୋଇପାରେ। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

ବିଛା

ଖାସକରିକି ସତ୍ତାଧାରୀ ଲୋକମାନଙ୍କ ସାଙ୍ଗରେ ଯୁକ୍ତି ନକରିଲେ ଭଲ ହେବ । ଖାସକରି ଯଦି ଆପଣ ତାଙ୍କଠାରୁ କିଛି କାମ ବାହାରକରିବାକୁ ଚ଼ାହୁଁଛନ୍ତି , ସରକାରୀ ସମ୍ବନ୍ଧ କାର୍ଯ୍ୟ ଗୁଡ଼ିକୁ କରାଇବା ପାଇଁ ଆପଣଙ୍କୁ ଟିକେ ଧର୍ଯ୍ୟ ସହିତ କାମ କରିବାକୁ ହେବ ।ସାମାଜିକ ସ୍ତରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି। ସୁ- ସମ୍ବାଦ ପାଇ ଉତ୍‌ଫୁଲ୍ଲିତ ହେବେ। କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ମିଳିବ। ଆର୍ଥିକ କ୍ଷେତ୍ର ସ୍ୱଚ୍ଛଳ ରହିବ। ଶୁଭ କାର୍ଯ୍ୟ କରଣୀୟ। ବିଦ୍ୟାର୍ଥୀ ସଫଳତା ଲାଭ କରିବେ | ପ୍ରତିକାର- ଶଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ

ଆଜି ଆପଣଙ୍କର ବାହାରକୁ ଯାଇ ଲୋକମାନଙ୍କ ସହ ସାକ୍ଷାତ କରିବାପାଇଁ ଇଛାହେବ । ଆଜି ଆପଣ ଦ୍ୱିଧାରେ ଅଛନ୍ତି । ଆପଣ ନିଜ ବନ୍ଧୁଙ୍କ ସହ ବାହାରକୁ ବୁଲିବା ପାଇଁ ଯାଆନ୍ତୁ ।ସଞ୍ଚୟର ଉପଯୋଗ କରିବେ। ପଥରୋଧର ସମ୍ମୁଖୀନ ହୋଇପାରନ୍ତି। ଖର୍ଚ୍ଚାନ୍ତ ହେବେ। କଅଁଳ ବଚନରେ ଅନ୍ୟକୁ ମୁଗ୍ଧ କରିପାରନ୍ତି। ସ୍ୱାଭିମାନୀ ହେବେ। ଏକାନ୍ତ ପ୍ରିୟ ହୋଇପାରନ୍ତି। ବିଦ୍ୟାର୍ଥୀ ସନ୍ତୁଷ୍ଟ ହେବେ | ପ୍ରତିକାର : ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ମକର

ଆଜି ଆପଣଙ୍କର ବହୁତ ଦିନ ଧରି ଅଟକି ଥିବା କାମ ପୂରାହେବ । କେହି ଜଣେ ମହତ୍ତ୍ୱପୂର୍ଣ୍ଣ ବ୍ୟକ୍ତି ଯିଏକି ଏପର୍ଯ୍ୟନ୍ତ ଆପଣଙ୍କ ପାଇଁ ବାଧା ହୋଇ ରହିଥିଲା ସେ ଏବେ ଆପଣଙ୍କର ସାହାଯ୍ୟ ପାଇଁ ଆଗେଇ ଆସିବେ ।ଯେସାକୁ ତେସା ନୀତି ପ୍ରୟୋଗ କରିପାରନ୍ତି। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଶୁଭ ସମାଚାର ପାଇ ଖୁସି ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ହଠାତ୍‌ କିଛି ଧନ ମିଳିବ। ବିଦ୍ୟାର୍ଥୀ ପଢ଼ାରେ ମନ ଦେବେ।

କୁମ୍ଭ

ଆପଣଙ୍କର ଯେମିତି ପରିସ୍ଥିତି ହେଉ ମଧ୍ୟ ଆପଣ ସାହସ ହରାନ୍ତୁ ନାହିଁ । କୌଣସି ପ୍ରକାର ଛୋଟ କଥାରେ ଆପଣଙ୍କର ଝଗଡ଼ା ହେବାରେ ସମ୍ଭାବନା ଅଛି । ଏଥି ପାଇଁ ଅନ୍ୟମାନଙ୍କ ସହିତ ବ୍ୟବହାର ଭଲ ରଖନ୍ତୁ ।ଦେବ-ଦେବ ମହାଦେବଙ୍କ ଦର୍ଶନ ଲାଭ କରି ଆତ୍ମ ସନ୍ତୋଷ ଲାଭ କରିବେ। ସୁଖ ସମ୍ଭୋଗ କରିପାରନ୍ତି। ସୁଖକର ଘଟଣାମାନ ଘଟିବ। କର୍ମକ୍ଷେତ୍ର ଉଜ୍ଜ୍ୱଳମୟ ହେବ। ଉତ୍ତମ ଭୋଜନ ମିଳିବ | ପ୍ରତିକାର : ଅଶ୍ୱସ୍ଥ ବୃକ୍ଷ ମୂଳରେ କ୍ଷୀର ଗୁଡ଼ ପଣାକରି ଢ଼ାଳନ୍ତୁ

ମୀନ

ଆଜି ଆପଣଙ୍କ ବନ୍ଧୁମାନେ ଆପଣଙ୍କୁ ଖୁବ୍ ପ୍ରଶଂସା କରିବେ । ଆପଣ ସହକର୍ମୀମାନେ ମଧ୍ୟ ଆପଣଙ୍କ ପ୍ରଶଂସା ଗାଇବେ । ଆପଣ ଜଣେ ବନ୍ଧୁମାନ ବ୍ୟକ୍ତି । ଯଦି ଆପଣଙ୍କୁ ବନ୍ଧୁମାନେ ଉପଦେଶ ମାଗନ୍ତି ,ତେବେ ଆପଣ ତାଙ୍କୁ ନିରାଶ କରନ୍ତୁ ନାହିଁ ।ଅଧିକାର ସାବ୍ୟସ୍ତ କରିବାରେ ସକ୍ଷମ ହେବେ। ଦୂରଯାତ୍ରା ଲାଭଦାୟକ ହୋଇପାରେ। କାର୍ଯ୍ୟରେ ସଫଳତା ଲାଭ କରିବେ। ଅଧିକ କ୍ଷମତା ପାଇ ଗର୍ବିତ ହୋଇପାରନ୍ତି। ବିବାଦୀୟ କ୍ଷେତ୍ରରେ ବିଜୟୀ ହେବେ। ବିଦ୍ୟାର୍ଥୀ ସନ୍ତୁଷ୍ଟ ହେବେ।ପ୍ରତିକାର- ଅନ୍ଧ ଭିକାରୀଙ୍କୁ ସାହାଯ୍ୟ କରନ୍ତୁ।

Leave a Reply

Your email address will not be published. Required fields are marked *