୧୪ ମେ ୨୦୧୯ ମଙ୍ଗଳବାର,ଆଜିର ରାଶିଫଳ – କେମିତି କଟିବ ଆଜି ଆପଣଙ୍କ ଦିନ – ହନୁମାନ ଙ୍କ କୃପା ରହିବ ଏହି ୩ଟି ରାଶି ଉପରେ

ମେଷ:-
ଗୃହସ୍ଥ ଜୀବନରେ ସୁଖ ଏବଂ ଆନନ୍ଦ ପ୍ରାପ୍ତି ହେବ। ଆୟ ବୃଦ୍ଧିର ଯୋଗ ଅଛି। ଅଫିସ୍, ବ୍ୟବସାୟ କ୍ଷେତ୍ରରେ ଅନୁକୂଳ ବାତାବରଣ ରହିବ। ପ୍ରମୋସନ ମିଳିବାରର ସଂକେତ ଅଛି। ପାରିବାରିକ ସଦସ୍ୟ ତଥା ମିତ୍ର ମାନଙ୍କ ସହିତ ଖୁସି ରହିବେ। ଆନନ୍ଦଦାୟକ ପର୍ଯ୍ୟଟନ ହେବ। ବ୍ୟାପାର ବର୍ଗଙ୍କୁ ଲାଭଦାୟକ ବ୍ୟାପାର ହେବ। ଉତ୍ତମ ବୈବାହିକ ସୁଖ ପ୍ରାପ୍ତି ହେବ | ମନରେ ଅଶାନ୍ତି ଅସନ୍ତୋଷ ଓ ଅର୍ଥାଗମ, ଭୟ ସତ୍ତ୍ୱେ ଜୟ, ନାନା ସମସ୍ୟାର ସମ୍ମୁଖୀନ ହେବେ। ମାଲିମୋକଦ୍ଦମା ଠାରୁ ଦୂରେଇ ରୁହନ୍ତୁ। ସନ୍ତାନମାନଙ୍କ ପାଇଁ ଚିନ୍ତିତ ରହିବେ। ସ୍ୱାସ୍ଥ୍ୟଗତ ସମସ୍ୟାର ସମ୍ମୁଖୀନ ହେବେ। ବିବାଦୀୟ ଦୁଃସ୍ଥିତିରେ ଜଡିତ ହେବେ। ସ୍ଥାନାନ୍ତରର ସୂଚନା ପାଇବେ। ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କ ସହ ବିବାଦ ସୃଷ୍ଟି ହେବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ବୃଷ:-
ଶରୀରରେ ଆଳସ୍ୟ, ଏବଂ ଅଣନିଶ୍ୱାସୀ ହୋଇପାରେ। ସ୍ଵାସ୍ଥ୍ୟ ନରମ-ଗରମ ରହିବ। କୌଣସି ବିଷୟରେ ଚିନ୍ତା କରନ୍ତୁ ନାହିଁ, ଆପଣଙ୍କ ପରିଶ୍ରମରେ ଶେଷରେ ସବୁ ଠିକ ହୋଇଯିବ। ସନ୍ତାନମାନଙ୍କ ବିଷୟରେ ଟିକେ ଚିନ୍ତା ହୋଇପାରେ। ଚାକିରି-ଧନ୍ଦାରେ ଉଚ୍ଚ ପଦାଧିକାରିମାନଙ୍କର କ୍ରୋଧର ଶିକାର ହୋଇପାରନ୍ତି। ପ୍ରତିଦ୍ୱନ୍ଦ୍ୱୀମାନଙ୍କ ସହିତ ବାଦ-ବିବାଦକୁ ଟାଳିବାକୁ ଚେଷ୍ଟା କରନ୍ତୁ | ବନ୍ଧୁ ମିତ୍ରମାନେ ଶତ୍ରୁତା ଆଚରଣ କରିବେ। ମନକୁ ଆଘାତ ଲାଗିଲାପରି କଥା ଶୁଣିବେ। କୃଷି ଓ ବାଣିଜ୍ୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ। ସତର୍କତା ଅବଲମ୍ବନ ନକଲେ ମିଥ୍ୟା ଅପବାଦରେ ନିନ୍ଦିତ ହେବେ। ସ୍ୱାସ୍ଥ୍ୟ ଦିଗରୁ ମହିଳାମାନେ ବିଶେଷ ସତର୍କ ରହିବା ଉଚିତ୍। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

ମିଥୁନ:-
ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ। ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁ ଇ ଦେବାକୁ ମଧ୍ୟ ସାମର୍ଥ୍ୟ ଯୁଟିବ। ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ନକାରାତ୍ମକ ବିଚାରରୁ ଦୂରରେ ରୁହନ୍ତୁ। ଅଚାନକ ଧନ ଖର୍ଚ୍ଚ ହୋଇପାରେ। ଚିକିତ୍ସାରେ ଖର୍ଚ୍ଚ ହେବାର ଆଶଂକା ଅଛି। ବ୍ୟାପାରରେ ଭାଗିଦାରୀମାନଙ୍କ ସହିତ ଆନ୍ତରିକ ମତଭେଦ ହୋଇପାରେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ। ସାହିତ୍ୟ ଏବଂ କଳା କ୍ଷେତ୍ରରେ କିଛି ନୂଆ ସୃଜନ କରିବାର ପ୍ରେରଣା ମିଳିବ। ପ୍ରେମୀଜନ ଏବଂ ପ୍ରିୟ ବ୍ୟକ୍ତିମାନଙ୍କ ସହିତ ମିଳନ ତଥା ସାକ୍ଷାତ ସମ୍ଭବପ୍ରତିକାର:- ଅନ୍ଧ,ବିଧବା ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

କର୍କଟ:-
ଦୈନିକ କାର୍ଯ୍ୟ ବିନା କୌଣସି ଅବରୋଧରେ ସମ୍ପୂର୍ଣ୍ଣ ହେବ। ଘରେ ସୁଖ-ଶାନ୍ତି ଙ୍କର ବାତାବରଣ ରହିବ। ବାଣୀ ଏବଂ ବ୍ୟବହାରରେ ନିୟନ୍ତ୍ରଣ ରଖି ସମ୍ଭାଳିକରି କାର୍ଯ୍ୟ କରିବା ପାଇଁ ଉପଦେଶ। ପ୍ରତିଦ୍ୱନ୍ଦ୍ୱୀମାନଙ୍କୁ ପରାସ୍ତ କରି ପାରିବେ। ସହକର୍ମିମାନଙ୍କର ସହଯୋଗ ଆପଣଙ୍କ ବ୍ୟବସାୟ କ୍ଷେତ୍ରର କାର୍ଯ୍ୟକୁ ସରଳ ବନାଇବ। ମାମୁଁଘର ତରଫରୁ ଲାଭ ହେବ କର୍ମକ୍ଷେତ୍ରରେ ପଦୋନ୍ନତି, ରାଜନୈତିକ କ୍ଷେତ୍ରରେ ପଦବୀ ଲାଭ ଓ ନୂତନ ଯାନ କ୍ରୟ, ଗୃହନିର୍ମାଣ ଆଦି କରି ପାରିବେ। ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣହେବ। ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟ ରେ ଲାଭବାନ ହେବେ। ମାଲିମୋକଦ୍ଦମାରେ ସଫଳତା ମିଳିବ। ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ସିଂହ:-
ମଉଜ-ମସ୍ତୀ ଏବଂ ମନୋରଞ୍ଜନ ପ୍ରବୃତ୍ତିଗୁଡ଼ିକରେ ଆପଣଙ୍କ ବିଶେଷ ରୁଚି ରହିବ। ପିତା ତଥା ବରିଷ୍ଠ ନାଗରୀକମାନଙ୍କ ସହଯୋଗ ପ୍ରାପ୍ତ କରିବେ। ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ହେବ। ଆପଣଙ୍କ ସ୍ଵଭାବରେ କ୍ରୋଧ ଏବଂ ବ୍ୟବହାରରେ ଉଗ୍ରତା ରହିବ, ଏହା ଉପରେ ଅଂକୁଶ ରଖିବାକୁ ଉପଦେଶ। ମୁଣ୍ଡବ୍ୟଥା ତଥା ପେଟ ସମ୍ବନ୍ଧୀତ ଅଭିଯୋଗ ହୋଇପାରେ। ଦାମ୍ପତ୍ୟଜୀବନରେ ମିଳାମିଶା ରହିବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

କନ୍ୟା:-
ଭୁଲ ବୁଝାବଣା ଏବଂ ନକାରାତ୍ମକ ବ୍ୟବହାର ଆପଣଙ୍କ ଚିତ୍ତରେ ଗ୍ଲାନିର ଭାବ ସୃଷ୍ଟି କରିବ। ସ୍ଵାସ୍ଥ୍ୟରେ ବିଶେଷରୂପରେ ଆଖିରେ ଅସୁବିଧା ହେବ। ପାରିବାରିକ ସଦସ୍ୟମାନଙ୍କ ସହିତ ମନମାଳିନ୍ୟ ହେବ। କାମରେ ସନ୍ତୋଷର ଭାବନା ଆସିବ। ଧନ ଖର୍ଚ୍ଚ ହେବ। ଅନୈତିକ ପ୍ରବୃତ୍ତିଗୁଡ଼ିକର ସୃଷ୍ଟି ହେଲେ ମନକୁ ନିୟନ୍ତ୍ରଣରେ ରଖିବାପାଇଁ ଉପଦେଶ। ବିଦ୍ୟାର୍ଥିମାନଙ୍କ ପାଇଁ ବିଦ୍ୟାଭ୍ୟାସରେ ନିର୍ଦ୍ଧାରିତ ସଫଳତା ମିଳିବ ନାହିଁ। ପ୍ରତିକାର:- ଦିନ ଦୁଃଖୀଙ୍କୁ ଅନ୍ନଦାନ ଦିଅନ୍ତୁ।

ତୁଳା:-
ପ୍ରତ୍ୟେକ କାର୍ଯ୍ୟ ଆତ୍ମବିଶ୍ଵାସ ଏବଂ ଅଟଳ ମନୋବଳର ସହିତ କରନ୍ତୁ, ନିଶ୍ଚିତ ସଫଳତା ମିଳିବ। ପିତା କିମ୍ବା ପୈତୃକ ସଂପତ୍ତିରେ ଲାଭ ହେବ। ସରକାରଙ୍କଠାରୁ ଆର୍ଥିକ ଲାଭ ହେବ। ବିଦ୍ୟାର୍ଥୀମାନେ ନିଜର ପଢ଼ାରେ ଭଲ ପ୍ରଦର୍ଶନ କରିବେ। ଖେଳକୁଦ ଏବଂ କଳା କ୍ଷେତ୍ରରେ କଲାକାରମାନଙ୍କୁ ନିଜର ପ୍ରତିଭା ଦର୍ଶାଇବାପାଇଁ ମୌକା ମିଳିବ। ସନ୍ତାନମାନଙ୍କ କାମରେ ଖର୍ଚ୍ଚ ହୋଇପାରେ। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

ବିଛା:-
ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଚିନ୍ତା କରିବେ। ବ୍ୟବସାୟରେ ଭାଗୀଦାରୀମାନଙ୍କ ସହ ମତାନ୍ତର ମନାନ୍ତର ଦୂରେଇ ଯିବ। କାରବାରରେ ଉତ୍ଥାନ ହେବାଫଳରେ ବ୍ୟବସାୟର ପରିବର୍ତ୍ତନ କରିବାର ଇଚ୍ଛା ଜାଗ୍ରତ ହେବ। ଅତି ନିକଟର ବନ୍ଧୁବାନ୍ଧବଙ୍କସହ ଅତି ପ୍ରିୟତା ସୃଷ୍ଟିହେବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ଧନୁ:-
ନୂଆ ଯୋଜନାକୁ ଅମଳରେ ଆଣିବା ପାଇଁ ଶୁଭ ଦିନ ଅଟେ। ଚାକିରିପେଶା ଲୋକଙ୍କୁ ଉଚ୍ଚ ପଦାଧିକାରିମାନଙ୍କ ତଥା ସରକାରଙ୍କ ତରଫରୁ ପରିଶ୍ରମର ଭଲ ଫଳ ମିଳିବ। ଭାଇ-ଭଉଣୀମାନଙ୍କ ତଥା ମିତ୍ରମାନଙ୍କ ସହିତ ଆନନ୍ଦପୂର୍ବକ ସମୟ କଟିବ। ଭାଗ୍ୟବୃଦ୍ଧି ହେବ। ଆପଣ ସଚେତ ରୁହନ୍ତୁ। ଯାତ୍ରାର ସଂଭାବନା ଅଛି, ସେଥିରେ ଲାଭ ମଧ୍ୟ ହେବ ଆର୍ଥିକ ସ୍ଥିତି ସ୍ଵଛଳ ରହିବ। ବ୍ୟବହାର କୁଶଳତାକୁ ଆଧାରକରୀ ନିମ୍ନବର୍ଗର ସହାୟତା ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କସ୍ଥାପିତ ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କବାଲାନ୍ସ ବୃଦ୍ଧି ହେବ। ପ୍ରତିକାର-କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-
କର୍ମକ୍ଷେତ୍ରରେ ଓ ବ୍ୟବସାୟ କ୍ଷେତ୍ରରେ ନିଜର ପ୍ରତିଷ୍ଠା ସୁନାମ ବଢିବ। ପାରିବାରିକ ଜୀବନ ସମସ୍ତଙ୍କ ମେଳରେ ରହି ସୁଖ-ସନ୍ତୋଷରେ କଟିବ। ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ। ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ ଓ ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ଦୂରସ୍ଥାନକୁ ଯାତ୍ରା କରିବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ | ଶୋଷିତ ଓ ନିର୍ଯାତିତଙ୍କ ବିଡମ୍ବନାକୁ ମୁଣ୍ଡେଇ ଦୃଢ ମନୋବଳରେ ଆଗେଇ ପାରିବେ। ପରିବାର ଭିତରେ ଜଗିରଖି ନଚଳିଲେ କଳହ ସୃଷ୍ଟି ହେବାର ସମ୍ଭାବନା। ନିଜକାର୍ଜ୍ୟ ପାଇଁ ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କୁମ୍ଭ:-
ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ଅଟକିଥିବା କାର୍ଯ୍ୟ ପୂରଣ ହେବ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ସମସ୍ତ ବାଧାବିଘ୍ନକୁ ଭ୍ରୂକ୍ଷେପ ନକରି ନିଜର ସିଦ୍ଧାନ୍ତରେ ଅଟଳ ରହିବେ। କୋର୍ଟ କଚେରୀ ମାମଲା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପ୍ରତିକାର- ନିଜର ଆରାଧ୍ୟା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ମୀନ:-
ଆଜି ଆପଣଙ୍କ ଅହଂକାରର କାରଣରୁ ଝଗଡ଼ା ହେବାର ଆଶଂକା ଅଛି। ଶାରୀରିକ ଏବଂ ମାନସିକ ଚିନ୍ତା ସହିତ ଆଜିର ଦିନ କଟିବ। ସ୍ଵଭାବରେ ଉତ୍ତେଜନାଯୋଗୁଁ କାମ ବିଗିଡ଼ିବାର ଆଶଂକା ଅଛି। ମିତ୍ରମାନଙ୍କ ସହିତ ମନମାଳିନ୍ୟ ନ ହେଉ, ଏହାର ଧ୍ୟାନ ରଖିବେ। ଆକସ୍ମିକ ଧନ ଖର୍ଚ୍ଚ ହୋଇପାରେ। ଧାର୍ମିକ କାର୍ଯ୍ୟଗୁଡ଼ିକରେ ଭାଗ ନେବାର ଅବସର ଆସିବ।। ପ୍ରତିକାର- ଚଣାଡାଲି ଓ ଗୁଡ ମନ୍ଦିରରେ ଦାନ କରନ୍ତୁ।

Leave a Reply

Your email address will not be published. Required fields are marked *