11 ଫ୍ରେବୃଆରୀ 2020 ମଙ୍ଗଳବାର ରାଶିଫଳ – ଏହି ସବୁ ରାଶି ପାଇଁ ଆଜିର ଦିନଟି ଶୁଭ କର

ମେଷ – ଆଜି ଆପଣଙ୍କୁ ପରିଶ୍ରମ ବଳ ଉପରେ ଧନଲାଭ ହୋଇପାରେ । ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ । କର୍ମଭାବର ଶୁଭତ୍ୱ ଆପଣଙ୍କ କାର୍ଯ୍ୟସିଦ୍ଧି ସହ ସାମାଜିକ ସମ୍ମାନ ଅକ୍ଷୁଣ୍ଣ ରହିବ । ଆର୍ଥିକ ସ୍ଥିତିରେ ସୁଧାର ଆସିବ । ବ୍ୟବସାୟରୁ ଭଲ ଧନଲାଭ ହେବ । କର୍ମକ୍ଷେତ୍ରରେ ବାରମ୍ବାର ଅସଫଳ ହେବା କାରଣରୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି । ପରିବହନ, କଳା, ସାହିତ୍ୟ, ସାଂସ୍କୃତିକ କାର୍ଯ୍ୟକ୍ରମରେ ସମସ୍ୟା ସମାଧାନ ହୋଇଯିବ । ସଙ୍ଗଠନ ଓ ରାଜନୀତିରେ କୂଟନୀତି ପ୍ରୟୋଗ କରି କାର୍ଯ୍ୟ ସାଧନ କର ପାରିବେ । ବାହନ କିଣିବା ଲାଗି ମନ ବଳିବ । ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ । ଶୁଭରଙ୍ଗ: କଫିରଙ୍ଗ । ଆରାଧନା: ମାଆ ଭଦ୍ରକାଳୀ ।

ବୃଷ – ଆପଣଙ୍କ ସକାରାତ୍ମକ ବିଚାରରେ ଲୋକେ ପ୍ରଭାବିତ ହେବେ । ମୃଗଶିରା ନକ୍ଷତ୍ରର ବିବାଦୀୟ ଘଟଣା ପୂର୍ବପରି ଅମୀମାଂସିତ ରହିବ ଫଳରେ ମାନସିକ ସ୍ଥିତି ଭଲ ରହିବ ନାହିଁ । ବ୍ୟବସାୟ ଆଗକୁ ବଢ଼ାଇବା ପାଇଁ କୌଣସି ଦୃଢ ପଦକ୍ଷେପ ଗ୍ରହଣ କରିବେ । କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ । ପଡୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ । ପାରିବାରିକ ଜୀବନରେ ଉଚିତ୍‌ ବୁଝାମଣା କରିବାରେ ସମର୍ଥ ହେବେ । ପ୍ରିୟଜନମାନଙ୍କ ସହିତ ଆଜିର ପ୍ରାତଃ ଭ୍ରମଣ ବେଶ୍‌ ଆନନ୍ଦଦାୟକ ହେବ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ଶାରଳା ।

ମିଥୁନ – ଦିନଟି ଆପଣଙ୍କ ପାଇଁ ଖୁବ୍‌ ଭଲ । ଦୁର୍ବଳ ଚତୁୁର୍ଥାଧିପ ଷଷ୍ଠଭାଗ୍ୟାଧିପଙ୍କ ସହ ଅବସ୍ଥାନ କରି ଉଦ୍ଦେଶ୍ୟ ପୂରଣ କରିବା କ୍ଷେତ୍ରରେ ସାମାନ୍ୟ ପ୍ରତିବନ୍ଧକ ସୃଷ୍ଟି କରିବେ । ଧୈର୍ଯ୍ୟର ସହ ସମସ୍ୟାର ସମାଧାନ କଲେ ସୁଫଳ ମିଳିବ । ଆର୍ଥିକ ସ୍ଥିତି ମାନ୍ଦା ରହିବା ଏବଂ ବ୍ୟବସାୟରେ ଆୟ ଠାରୁ ବ୍ୟୟ ଅଧିକ ହେବ । ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇପାରନ୍ତି । ମାଲିମକଦ୍ଦମା, ନିର୍ମାଣ, ପରିବହନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ ଦୂର ହେବ । ଜମିଜମା କିମ୍ବା ଘରସୀମାକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ । ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ ଏବଂ ଅଟକି ଥିବା କାମଟି ସହଜରେ ହାସଲ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ମାଣିକେଶ୍ବରୀ ।

krishna

କର୍କଟ – ନିଜ ଉପରେ ବିଶ୍ଵାସ ରଖନ୍ତୁ । ଭାଗ୍ୟସ୍ଥ ଶୁକ୍ର ହେତୁ ବନ୍ଧୁମାନଙ୍କ ଆଶ୍ୱାସନା କ୍ରମେ ଅର୍ଥ ସମ୍ପର୍କିତ କୌଣସି ଅନୁଚିନ୍ତା ସାୟାହ୍ନେ ଦୂରହେବ । ଦୀର୍ଘଦିନରୁ ଅଟକି ରହିଥିବା କର୍ମକ୍ଷେତ୍ରର ସ୍ଥିତି ଅନୁକୂଳ ହୋଇପାରେ । ବ୍ୟବସାୟରେ ଆମଦାନି ପାଇଁ ନୂଆ ରଣନୀତି ପ୍ରସ୍ତୁତ କରିବେ । ସରକାରୀ କାମରେ ସଫଳତା ମିଳିବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କର ଭାଗ୍ୟ ଉଜ୍ଜ୍ଵଳ ହେବ । କୋର୍ଟ କଚେରି ମାମଲା ଆପଣଙ୍କ ସପକ୍ଷରେ ଯିବ । ସ୍ଵାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ ନ କଲେ ପଶ୍ଚାନ୍ତେ ଅନୁତାପ କରିବାକୁ ପଡ଼ିପାରେ । ଦୂରରେ ରହୁଥିବା ପରିଜନମାନଙ୍କ ଶୁଭ ସମାଚାର ମିଳିପାରେ । ପର୍ଯ୍ୟଟନର ସମ୍ଭାବନା ରହିଛି । ଜୀବନସାଥୀ ଆପଣଙ୍କୁ ବହୁତ ପ୍ରଶଂସା କରିବେ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ସମଲେଶ୍ଵରୀ ।

ସିଂହ – ଇଷ୍ଟଦେବଙ୍କ ଆରାଧନା କରନ୍ତୁ ଲାଭ ହେବ । ରବି ଷଷ୍ଠସ୍ଥ ଯୋଗୁ କେବଳ ମନ ବୁଝିଲା ଭଳି କଥା କହି ଟଙ୍କା ପଇସା ଯୋଗାଡ଼ କରିବା ସକାଶେ ବିଭିନ୍ନ ପ୍ରକାର ଯୋଜନା କରିବେ । ବ୍ୟବସାୟ ଜନିତ ଚିନ୍ତା ଯୋଗୁଁ ଆପଣ ନିକଟସ୍ଥ ବନ୍ଧୁ ଆପଣଙ୍କୁ ପରାମର୍ଶ ଦେଇପାରନ୍ତି ଏବଂ ସହଯୋଗର ହାତ ମଧ୍ୟ ବଢାଇବେ । ଚାକିରି କ୍ଷେତ୍ରରେ ନିମ୍ନସ୍ଥ କର୍ମଚାରୀଙ୍କ ଦ୍ଵାରା ଅପମାନିତ ହୋଇପାରନ୍ତି । ସାମାଜିକ ସଂଗଠନ କ୍ଷେତ୍ରରେ ଥିବା ବ୍ୟକ୍ତିମାନେ ଅନ୍ୟ ମାନଙ୍କ ସହିତ କଥାବାର୍ତ୍ତାରେ ଶାଳୀନତା ରଖନ୍ତୁ । ରାଜନୀତିରେ ମନୋକାମନା ପୂରା ହେବ । ବିବାଦୀୟ ପରିସ୍ଥିତିରେ କିଛି ଅଘଟଣ ଆଶଙ୍କା କରି ବ୍ୟସ୍ତତା ଅନୁଭବ କରିପାରନ୍ତି । ବନ୍ଧୁଙ୍କ ସହ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ମାଆ ଅମ୍ବିକା ।

କନ୍ୟା – ଆପଣଙ୍କ ଦୃଢ଼ ମନୋବଳ ଜରୁରୀ କାମରେ ସଫଳତା ଆଣିଦେବ । ବ୍ୟବସାୟରେ ଆର୍ଥିକ ସ୍ଥିତି ମଜଭୁତ ରହିବ । ଗତକାଲିର ଘରୋଇ ବ୍ୟାପାରକୁ ନେଇ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ । ତରବର ନ ହୋଇ କାମକଲେ ସମସ୍ୟାର ସରଳ ସମାଧାନ ହେବାରେ କୌଣସି ଅସୁବିଧା ରହିବ ନାହିଁ । ଅଫିସରେ ସହକର୍ମୀମାନେ ସହଯୋଗ କରିବା ପାଇଁ ପ୍ରତିଶ୍ରୁତି ଦେବେ । ରାଜନୀତି କ୍ଷେତ୍ରରେ ପ୍ରସିଦ୍ଧି ବଢ଼ିବ । ଇଚ୍ଛା ନ ଥିଲେ ମଧ୍ୟ ଆଲୋଚନା କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ଆଇନ ଅଦାଲତରୁ ସୁଫଳ ପାଇବେ । ପରିବାର ସଦସ୍ୟମାନଙ୍କ ସହିତ ପାରସ୍ପରିକ ସାମଞ୍ଜସ୍ୟ ଗଠନ ହେବ । ଶୁଭରଙ୍ଗ: ଧଳା । ଆରାଧନା: ଶ୍ରୀକୃଷ୍ଣ ।

ତୁଳା – ଦିନଟି ଆପଣଙ୍କୁ ମିଶ୍ରିତ ଫଳ ପ୍ରଦାନ କରିବ । ସ୍ଵାସ୍ଥ୍ୟକୁ ଚିନ୍ତିତ ହୋଇପାରନ୍ତି । ରାହୁଙ୍କ ପାପଦୃଷ୍ଟିର କୁପ୍ରଭାବରେ ବାରମ୍ବାର ଚେଷ୍ଟା କରି ମଧ୍ୟ କେତେକ ଅପୂରଣୀୟ ଆଶା ମନରେ ଆଲୋଡନ ସୃଷ୍ଟି କରିବ । ବ୍ୟାବସାୟିକ କାମରେ ଦୂରସ୍ଥାନକୁ ଯାତ୍ରାରେ ଯିବେ । କର୍ମକ୍ଷେତ୍ରରେ ଆବଶ୍ୟକତା ଉପଲବ୍ଧି କରି ଏକାଧିକ କାମ ହାତକୁ ନେଇ ବ୍ୟଥିତ ହୋଇପାରନ୍ତି । ବନ୍ଧୁମାନଙ୍କ ସହ ଆଜିର ସକାଳୁଆ ଯାତ୍ରାରେ ସଫଳତା ପାଇବେ । ଆନୁଷ୍ଠାନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ଜଣେ ପଡ଼ୋଶୀ କିମ୍ବା ବନ୍ଧୁଙ୍କ ଜରିଆରେ ଦୀର୍ଘଦିନର ଆଶା ଫଳବତୀ ହେବ । କୋର୍ଟକଚେରୀ ମାଲିମକଦ୍ଦମାରେ ଶୁଭ ଖବର ପାଇବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ କାଳୀଜାଈ ।

ବିଛା – ଦିନଟି ଆପଣଙ୍କ ଲାଗି ବଢ଼ିଆ ରହିବ । ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ । ଆପଣଙ୍କୁ କୌଣସି ନୂଆ ପରିଯୋଜନା ମିଳିପାରେ । ଯାହା ଖୋଜୁଛନ୍ତି ଓ ଆଶା କରୁଛନ୍ତି ଆଜି ଅବଶ୍ୟ ପାଇବା ଆଶା ରହିଛି । ବ୍ୟବସାୟରେ ଅଧିକ ଲାଭବାନ ରହିବ । କଳା, ସଭା ସମିତି ଓ ମନୋରଞ୍ଜନରେ ଆଗ୍ରହୀ ହେବେ । ପରିବାରରେ ବଡ଼ଙ୍କ ଠାରୁ ସହଯୋଗ ପାଇବେ । ସମାଜରେ ଆପଣଙ୍କର ମାନ ସମ୍ମାନ ବଢ଼ିବ । ସରକାରୀ ଚାକିରିଆଙ୍କର ଆର୍ଥିକ ପକ୍ଷ ମଜଭୁତ ହେବ । ସାଧାରଣ କଥାକୁ କେନ୍ଦ୍ରକରି ଅପରାହ୍ନରେ ଟେନ୍‌ସନ ବଢ଼ିପାରେ । ସ୍ଵାସ୍ଥ୍ୟ ସମ୍ବନ୍ଧରେ ଚିନ୍ତିତ ହୋଇପାରନ୍ତି । ଶୁଭରଙ୍ଗ: ଗୋଲାପୀ । ଆରାଧନା: ଶ୍ରୀଗଣେଶ ।

ଧନୁ – ମାନସିକ ଦୃଷ୍ଟିରୁ ଆପଣ ଅଶାନ୍ତି ମୁକ୍ତ ରହିବେ । ବହୁ ଦିନରୁ ଚିନ୍ତା କରିଥିବା ଯୋଜନାଟିକୁ କାର୍ଯ୍ୟକାରୀ କରିବା ସକାଶେ ମନରେ ଆଗ୍ରହଜାତ ହେବ । ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପଡ଼ିବେ । ଅଫିସରେ ଆପଣଙ୍କ ପରାମର୍ଶକୁ ସମସ୍ତେ ସମ୍ମାନ ଦେବେ । ଆଲୋଚନା ପରିସରରେ ଅପ୍ରିୟ ସତ୍ୟ ପ୍ରକାଶ କରିବା କାରଣରୁ ସହକର୍ମୀ କିମ୍ବା ଆତ୍ମୀୟମାନେ ଶତ୍ରୁ ହୋଇପାରନ୍ତି ।ଶାସ୍ତ୍ରାଧ୍ୟୟନ, ସାହିତ୍ୟ ଚର୍ଚ୍ଚା ଓ ସତ୍‌ସଙ୍ଗ, ସଭାସମିତି, ବିତର୍କରେ ଅଂଶଗ୍ରହଣ କରି ପ୍ରଶଂସିତ ହେବେ । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ହେବ । ପରିବାରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

soull

ମକର – ଅସଫଳତା କାରଣରୁ ମନରେ ଅଶାନ୍ତି ରହିଥିଲେ ମଧ୍ୟ ସର୍ବସାଧାରଣ କଥାରେ ନିଜର ମତପୋଷଣ କରିବା କଷ୍ଟକର ହେବ । ଶନି ଓ ରାହୁଙ୍କ ଷଡାଷ୍ଟକ ସ୍ଥିତି ଜନିତ ସତର୍କତାର ସହ କାମ କରନ୍ତୁ, ଆକସ୍ମିକ ଭାବେ ନିଜ ଲୋକମାନେ ଶତ୍ରୁତା କରି ବସିବେ । ପୂର୍ବ ସ୍ଥିତିରୀକୃତ ଯୋଜନା ଠିକ୍‌ ଭାବରେ ବଦଳାଇବା ପାଇଁ କଷ୍ଟକର ହୋଇପାରେ । ଆଲୋଚନା ପରିସରରେ ନୀରବତା ଅବଲମ୍ବନ କରି ବନ୍ଧୁ କହୁଥିବା କଥାର ସତ୍ୟତାକୁ ଉପଲବ୍‌ଧି କରପାରିିବେ । ଗଠନ ମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ । ବ୍ୟବସାୟରେ ନିଜର ଭାବମୂର୍ତ୍ତି ପ୍ରଦର୍ଶନ କରିବାକୁ ଯାଇ ଅପମାନିତ ହୋଇପାରନ୍ତି । ଅଫିସରେ କାର୍ଯ୍ୟଭାର ଅଧିକ ହେବ ସଙ୍ଗେ ସଙ୍ଗେ ଆପଣଙ୍କ କାର୍ଯ୍ୟକୁ ସହକର୍ମୀଙ୍କ ବିରୋଧୀ ମନୋଭାବ ମନରେ ତିକ୍ତତା ସୃଷ୍ଟି କରିବ । ସ୍ଵାସ୍ଥ୍ୟକୁ ଚିନ୍ତିତ ରହିବେ । ଧନହାନି ଏବଂ ମାନହାନି ହୋଇପାରେ । କାଗଜପତ୍ର କାର୍ଯ୍ୟରେ ବିଶେଷ ସାବଧାନ ରୁହନ୍ତୁ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

କୁମ୍ଭ – ଆଧ୍ୟମିତ୍କ ଭାବନାରେ ଅଧିକ ସମୟ ବିତିବ । ଦ୍ୱିତୀୟସ୍ଥ ଶୁକ୍ରଙ୍କ ପ୍ରଭାବରୁ ବହୁତ ହସ ଖୁସୀରେ ଦିନଟି ଅତିବାହିତ ହେବ । ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ ପାଇଁ ପ୍ରୟାସ କରିବେ । ବନ୍ଧୁଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ବ୍ୟବସାୟ କ୍ଷେତ୍ରରେ ଅନ୍ୟମାନଙ୍କ ଠାରୁ ସାହାଯ୍ୟ ମିଳିବ । ଚାକିରୀ କ୍ଷେତ୍ରରେ ପ୍ରଭାବ ବଢିବ । ରାଜନୀତି କ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରହିବ, ଯାହାଫଳରେ ସ୍ଥାନ ଓ ସ୍ଥିତି ସୁଦୃଢ ରହିବ । ଘରେ ମାଙ୍ଗଳିକ କାର୍ଯ୍ୟ ହୋଇପାରେ । ନୂତନ ଜିନିଷ କ୍ରୟ କରିବା ସକାଶେ ପାଇଁ ମନ ବଳିବ । ଜବନସାଥୀଙ୍କ ପରାମର୍ଶରେ ଆପଣଙ୍କୁ ଲାଭ ହେବ, ଆପଣଙ୍କ ସ୍ୱାସ୍ଥ୍ୟ ମଧ୍ୟ ଭଲ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଲକ୍ଷ୍ମୀ ।

ମୀନ – ନିଜ କାର୍ଯ୍ୟରେ ମନୋନିବେଶ କରନ୍ତୁ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ବାକି ରହିଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ ତଥାପି ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ । ଆନୁଷ୍ଠାନିକ କାମ କିମ୍ବା ସଭାସମିତିରେ ବନ୍ଧୁମାନଙ୍କ ଦ୍ୱାରା ଆଦରଣୀୟ ରହିବେ । ଅଫିସରେ ସହକର୍ମୀର ସହଯୋଗରେ କାର୍ଯ୍ୟକୁ ତ୍ୱରାନ୍ୱିତ କରିବେ । ରାଜନୈତିକ ପ୍ରଭାବ ବୃଦ୍ଧି ହେବ । ଜମିଜମା କାରବାର, କଳ, କାରଖାନା, ହୋଟେଲ ପ୍ରଭୃତିରୁ ବିଶେଷ ଲାଭବାନ୍‌ ହେବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ବାଦ ବିବାଦରୁ ନିଜକୁ ଦୂରେଇ ରଖନ୍ତୁ । ଦାମ୍ପତ୍ୟ ଜୀବନ ଖୁସିଭରା ରହିବ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ତାରିଣୀ ।

Leave a Reply

Your email address will not be published. Required fields are marked *